1ଏଥିରେ ଆୟୁବ ଉତ୍ତର କରି କହିଲା,
2“ମୁଁ ଏପରି ଅନେକ କଥା ଶୁଣିଅଛି;
3ଅସାର କଥାରେ କି ଶେଷ ଥାଏ?
4ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି;
5ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି
6ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ;
7ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି;
8ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ;
9ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି;
10ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି;
11ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି
12ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ;
13ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି,
14ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି;
15ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି
16ରୋଦନରେ ମୋହର ମୁଖ ବିକୃତ ହୋଇଅଛି
17ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ
18ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ
19ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି
20ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି;
21ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର
22କାରଣ ଅଳ୍ପ ବର୍ଷ ଗତ ହେଲେ