1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି;
3(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି
4ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ
5ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ;
6ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ;
7ମୋହର ଶତ୍ରୁ ଦୁଷ୍ଟର ପରି ହେଉ
8କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ,
9ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି
10ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ
11ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି;
12ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ;
13“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ
14ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ
15ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ
16ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ
17ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ
18ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି
19ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ;
20ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ;
21ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ
22କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ;
23ଲୋକମାନେ ତାହା ପ୍ରତି ହାତତାଳି ମାରିବେ