1ଏହିରୂପେ ଆୟୁବ ନିଜ ଦୃଷ୍ଟିରେ ଧାର୍ମିକ ହେବାରୁ ଏହି ତିନି ଜଣ ଉତ୍ତର ଦେବାରୁ କ୍ଷାନ୍ତ ହେଲେ।
2ତହିଁରେ ରାମ୍ ଗୋଷ୍ଠୀଜାତ ବୂଷୀୟ ବାରଖେଲର ପୁତ୍ର ଇଲୀହୂର କ୍ରୋଧ ପ୍ରଜ୍ୱଳିତ ହେଲା; ଆୟୁବ ବିରୁଦ୍ଧରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେ ପରମେଶ୍ୱରଙ୍କ ଅପେକ୍ଷା ଆପଣାକୁ ଧାର୍ମିକ ମଣିଲା।
3ମଧ୍ୟ ତାହାର ତିନି ବନ୍ଧୁଙ୍କ ପ୍ରତିକୂଳରେ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, କାରଣ ସେମାନେ କୌଣସି ଉତ୍ତର ଦେଇ ନ ପାରିଲେ ହେଁ ଆୟୁବକୁ ଦୋଷୀ କରିଥିଲେ।
4ସେମାନେ ଇଲୀହୂଠାରୁ ପ୍ରାଚୀନ ଥିବାରୁ ଇଲୀହୂ ଆୟୁବକୁ କଥା କହିବା ପାଇଁ ଅପେକ୍ଷା କରିଥିଲା।
5ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
6ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା,
7ମୁଁ କହିଲି, ‘ଦିନସମୂହ କଥା କହିବେ
8ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି
9ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ,
10ଏଥିପାଇଁ ମୁଁ କହିଲି, ‘ମୋʼ କଥା ଶୁଣ;
11ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି,
12ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି,
13ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ;
14କାରଣ ସେ ମୋʼ ବିରୁଦ୍ଧରେ କଥା କହି ନାହିଁ,
15ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ,
16ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି
17ମୁଁ ମଧ୍ୟ ଆପଣାର ଉତ୍ତର ଦେବି,
18କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ।
19ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ;
20ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି;
21ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ;
22କାରଣ ମୁଁ ଚାଟୁବାଦ କରି ଜାଣେ ନାହିଁ;