1ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି!
2ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି;
3ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି;
4ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ;
5ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି;
6ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି।
7ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବକାଳର ମନୋହର ବିଷୟସବୁ ସ୍ମରଣ କରୁଅଛି।
8ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି;
9ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ;
10ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି;
11ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି;
12ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ?
13ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ;
14ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି;
15ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି;
16ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି;
17ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି;
18ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି;
19ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ;
20ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି;
21ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି;
22ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ