1ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି!
2ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି,
3ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି;
4ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି
5ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି;
6ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି;
7ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି,
8ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଅଛନ୍ତି;
9ତାହାର ନଗରଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି;
10ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି;
11ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ,
12ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ,
13ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି?
14ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି;
15ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି;
16ତୁମ୍ଭର ଶତ୍ରୁ ସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି;
17ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି;
18ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା;
19ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର;
20ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ?
21ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି;
22ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ2:22 ଆଶଙ୍କାସକଳକୁ ଅର୍ଥାତ୍ ଶତ୍ରୁଗଣକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ।