We Believe JesusFé, Esperança e Nova Vida

ଏବ୍ରୀ 10

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଏବ୍ରୀ 9 ଏବ୍ରୀ ଏବ୍ରୀ 11 →

1ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।

2ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ?

3କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;

4କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।

5ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି,

6ହୋମବଳି ଓ ପାପାର୍ଥକ ବଳିରେ

7ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି,

8ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ)

9ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି।

10ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।

11ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ।

12ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;

13ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।

14କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।

15ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;

16“କାରଣ ପ୍ରଭୁ ଏହି କଥା କହନ୍ତି,

17ଏହା କହିଲା ଉତ୍ତାରେ ସେ କହନ୍ତି,

18ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।

19ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,

20ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ

21ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ

22ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;

23ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;

24ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,

25ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।

26କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,

27ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।

28କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;

29ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!

30କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”

31ଜୀବିତ ଈଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।

32କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;

33ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ।

34କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।

35ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।

36ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।

37ଯେପରି ଶାସ୍ତ୍ରରେ ଲେଖାଅଛି,

38ପୁଣି,

39ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।

← ଏବ୍ରୀ 9 ଏବ୍ରୀ ଏବ୍ରୀ 11 →