1ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
2କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
3ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
4ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
5କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।
6କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି,
7ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ,
8ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।”
9କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
10କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।
11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
12ଯେପରି ସେ ଈଶ୍ବରଙ୍କୁ କହନ୍ତି,
13ପୁନଶ୍ଚ କହନ୍ତି,
14ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରିପାରନ୍ତି;
15ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
16କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।
17ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
18କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।