1ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
2ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
3କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
4ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
6କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
7କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
8ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି,
9ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି
10କାରଣ ପ୍ରଭୁଙ୍କ କଥା ଏହି,
11ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ,
12କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା,
13ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।