1ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
2ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
3ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା।
4ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
5ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
6ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା,
8ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି?
9କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି
10ଯାକୁବର ଧୂଳି କିଏ ଗଣିପାରେ
11ଏଥିରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
12ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋʼ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ ନୁହେଁ?”
13ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
14ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
15ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
16ଏଥିରେ ସଦାପ୍ରଭୁ ବିଲୀୟମ୍ ସହିତ ସାକ୍ଷାତ କଲେ, ପୁଣି, ତାହାର ମୁଖରେ ଗୋଟିଏ, ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଇ ତାହାକୁ ଏହି କଥା କହିବ।”
17ତହୁଁ ସେ ତାଙ୍କ ନିକଟକୁ ଆସିଲା, ଆଉ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ଆଉ ମୋୟାବର ଅଧିପତିମାନେ ତାଙ୍କ ସଙ୍ଗରେ ଥିଲେ। ତେବେ ବାଲାକ ତାକୁ ପଚାରିଲେ, “ସଦାପ୍ରଭୁ କଅଣ କହିଅଛନ୍ତି?”
18ତହିଁରେ ସେ ଆପଣା ପ୍ରସଙ୍ଗ ନେଇ କହିଲା,
19ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ;
20ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି;
21ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି,
22ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି;
23ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ,
24ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି;
25ଏଥିଉତ୍ତାରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କୁ କିଛି ଅଭିଶାପ ଦିଅ ନାହିଁ, କିଅବା ସେମାନଙ୍କୁ କିଛି ଆଶୀର୍ବାଦ କର ନାହିଁ।”
26ତହିଁରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କୁ କହିଲା, “ସଦାପ୍ରଭୁ ମୋତେ ଯାହା କିଛି କହିବେ, ତାହା ହିଁ ମୁଁ କରିବି; ଏହା କି ମୁଁ ତୁମ୍ଭକୁ କହି ନାହିଁ?”
27ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।”
28ଏଣୁ ବାଲାକ ବିଲୀୟମ୍କୁ ମରୁଭୂମି ଅଭିମୁଖରେ ପିୟୋର ଶିଖରକୁ ନେଇଗଲେ।
29ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
30ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।