1ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।
2ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା,
4ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି,
5ହେ ଯାକୁବ, ତୁମ୍ଭର ତମ୍ବୁସବୁ,
6ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ,
7ତାହାର କଳସରୁ ଜଳ ଉଚ୍ଛୁଳିବ,
8ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି;
9ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ
10ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନି ଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।
11ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।”
12ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
13‘ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।’
14ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି।”
15ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା,
16ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି
17ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି;
18ପୁଣି, ଇଦୋମ ଏକ ଅଧିକାର ହେବ,
19ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ
20ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା,
21ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା,
22ତଥାପି କେନୀୟ କ୍ଷୟପ୍ରାପ୍ତ ହେବ,
23ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା,
24ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ
25ଏଉତ୍ତାରେ ବିଲୀୟମ୍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।