We Believe JesusFé, Esperança e Nova Vida

ଯିଖରୀୟ 11

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଖରୀୟ 10 ଯିଖରୀୟ ଯିଖରୀୟ 12 →

1ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ।

2ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା;

3ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା।

4ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।

5ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।

6କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।”

7ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।

8ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।

9ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।”

10ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।

11ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋʼ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।

12ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ।

13ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି

14ଏଉତ୍ତାରେ ମୁଁ ବନ୍ଧନୀ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି।

15ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।

16କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।

17ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର!

← ଯିଖରୀୟ 10 ଯିଖରୀୟ ଯିଖରୀୟ 12 →