1ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
2ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”
3ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ
5କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା
6“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି।
7ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।
8କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି;
9ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ
10ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର
11ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ;
12ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ
13ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”