We Believe JesusFé, Esperança e Nova Vida

ଯିଖରୀୟ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଯିଖରୀୟ 2 ଯିଖରୀୟ ଯିଖରୀୟ 4 →

1ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।

2ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”

3ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।

4ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”

5ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।

6ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,

7“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି:

8ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ!

9କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି;

10ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”

← ଯିଖରୀୟ 2 ଯିଖରୀୟ ଯିଖରୀୟ 4 →