We Believe JesusFé, Esperança e Nova Vida

ରୋମୀୟ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ରୋମୀୟ 2 ରୋମୀୟ ରୋମୀୟ 4 →

1ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।

2ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।

3ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?

4ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି,

5କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।

6ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?

7କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?

8ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।

9ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,

10ଯେପରି ଲେଖାଅଛି,

11ଯେ ବୁଝେ, ଏପରି କେହି ନାହିଁ;

12ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି,

13ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି,

14ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;

15ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,

16ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,

17ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।

18ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”

19ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;

20କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।

21କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,

22ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,

23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,

24ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।

25ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,

26ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।

27ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।

28ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।

29କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।

30କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।

31ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।

← ରୋମୀୟ 2 ରୋମୀୟ ରୋମୀୟ 4 →