We Believe JesusFé, Esperança e Nova Vida

ସିଫନୀୟ 3

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ସିଫନୀୟ 2 ସିଫନୀୟ

1ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।

2ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ;

3ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ;

4ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି;

5ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ;

6ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି;

7ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ;

8ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ;

9ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ

10ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।

11ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ;

12ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା,

13ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ;

14ଗୋ ସିୟୋନ କନ୍ୟେ,3:14 ସିୟୋନ କନ୍ୟେ, ଅର୍ଥାତ୍‍ ଇସ୍ରାଏଲର ଲୋକମାନେ ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର;

15ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି;

16ସେହି ଦିନ ଯିରୂଶାଲମକୁ କୁହାଯିବ,

17ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;

18ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।

19ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା;

20ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା;

← ସିଫନୀୟ 2 ସିଫନୀୟ