We Believe JesusFé, Esperança e Nova Vida

ଗୀତସଂହିତା 10

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 9 ଗୀତସଂହିତା ଗୀତସଂହିତା 11 →

1ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ?

2ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ;

3କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ;

4ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ,

5ତାହାର ସମସ୍ତ ଗତି ସର୍ବଦା ଦୃଢ଼;

6ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ;

7ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ;

8ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ;

9ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ,

10ସେ ଛକି ବସେ, ସେ ନଇଁ ପଡ଼େ,

11ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି;

12ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ;

13ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ

14ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ;

15ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ;

16ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି;

17ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ;

18ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ,

← ଗୀତସଂହିତା 9 ଗୀତସଂହିତା ଗୀତସଂହିତା 11 →