1ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ?
2ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ;
3କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ;
4ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ,
5ତାହାର ସମସ୍ତ ଗତି ସର୍ବଦା ଦୃଢ଼;
6ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ;
7ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ;
8ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ;
9ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ,
10ସେ ଛକି ବସେ, ସେ ନଇଁ ପଡ଼େ,
11ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି;
12ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ;
13ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ
14ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ;
15ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ;
16ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି;
17ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ;
18ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ,