1ମୁଁ ଦୟା ଓ ଶାସନ ବିଷୟ ଗାନ କରିବି।
2ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି;
3ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ;
4କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ;
5ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି;
6ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ।
7ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ।
8ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା