1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
2ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ?
3ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ
4ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି
5ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି,
6ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ,
7ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ;
8ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ
9ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା;
10ଆଉ, ସେ ସେମାନଙ୍କ ଘୃଣାକାରୀ ଲୋକର ହସ୍ତରୁ ସେମାନଙ୍କୁ ପରିତ୍ରାଣ କଲେ
11ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା;
12ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ;
13ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ;
14ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ
15ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ;
16ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି
17ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା
18ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା;
19ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ
20ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା
21ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ
22ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
23ଏହେତୁ ସେ ସେମାନଙ୍କୁ ସଂହାର କରିବେ ବୋଲି କହିଲେ,
24ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ,
25ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ,
26ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ
27ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା
28ଆହୁରି, ସେମାନେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ
29ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ;
30ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା;
31ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ
32ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ,
33ଯେହେତୁ ସେମାନେ ମୋଶାଙ୍କ ଆତ୍ମା106:33 ମୋଶାଙ୍କ ଆତ୍ମା ପରମେଶ୍ୱରଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ,
34ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ
35ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ
36ଆଉ, ସେମାନଙ୍କ ଦେବତାଗଣର ସେବା କଲେ;
37ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
38ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ,
39ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ
40ଏହେତୁ ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ପ୍ରଜ୍ୱଳିତ ହେଲା,
41ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ
42ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ,
43ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ;
44ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
45ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ
46ଆହୁରି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ,
47ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର,
48ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ