We Believe JesusFé, Esperança e Nova Vida

ଗୀତସଂହିତା 136

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 135 ଗୀତସଂହିତା ଗୀତସଂହିତା 137 →

1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;

2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;

3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;

4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର);

5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;

6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର);

7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର);

8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ);

9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ);

10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;

11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;

12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;

13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର);

14ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ;

15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;

16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);

17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର);

18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;

19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;

20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;

21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;

22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;

23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;

24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;

25ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;

26ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;

← ଗୀତସଂହିତା 135 ଗୀତସଂହିତା ଗୀତସଂହିତା 137 →