1ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ
2ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ,
3ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ,
4କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ,
5ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ
6ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ;
7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି?
8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ।
9ଯଦି ମୁଁ ଅରୁଣର ପକ୍ଷ ଧରେ
10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ
11ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ
12ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ,
13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
15ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
16ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
17ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ!
18ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ;
19ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ;
20କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି
21ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ?
22ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ;
23ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ;
24ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ,