1ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ;
2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ
3କୌଣସି ବାକ୍ୟ କି ଭାଷା ନ ଥାଏ;
4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ
5ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ
6ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;
8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ;
9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ।
10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ;
11ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ;
12ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ?
13ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ;
14ହେ ସଦାପ୍ରଭୋ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା,