1ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ
2ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ,
3କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ;
4ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ,
5ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି;
6କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ;
7କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି,
8ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ;
9ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ।
10ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ
11କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ;
12ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ,
13ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ;