1ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ,
2କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ
3ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର;
4ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;
5ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;
6ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ;
7ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ!
8ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ;
9କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି;
10ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା
11ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ
12ହେଇ, ଅଧର୍ମାଚାରୀମାନେ ପତିତ ହେଲେ;