1ତୁମ୍ଭେ ଦୁଷ୍କର୍ମକାରୀମାନଙ୍କ ସକାଶୁ
2କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ
3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର;
4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର;
5ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର;
6ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ
7ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ;
8କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ
9କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର
10ଆଉ, ଅଳ୍ପକ୍ଷଣ ଉତ୍ତାରେ ଦୁଷ୍ଟ ଲୋକ ନ ଥିବ;
11ମାତ୍ର ନମ୍ର ଲୋକମାନେ ଦେଶ ଅଧିକାର କରିବେ
12ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ
13ପ୍ରଭୁ ତାହାକୁ ଉପହାସ କରିବେ।
14ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ
15ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ
16ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା
17କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ
18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି
19ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ;
20ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ,
21ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ।
22କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ;
23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ
24ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ;
25ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
26ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ;
27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର;
28କାରଣ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଆନ୍ତି
29ଧାର୍ମିକ ଦେଶାଧିକାର କରିବ
30ଧାର୍ମିକର ମୁଖ ଜ୍ଞାନର କଥା କହେ
31ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି;
32ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ
33ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ;
34ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର,
35ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ
36ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା;
37ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର;
38ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ;
39ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ;
40ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି;