1ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ;
2ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ;
3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
4ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି;
6ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି,
7ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ?
8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ।
9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ;
10ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
11ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
12ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି;
13କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ;