1ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ;
2ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;
3କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ
4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି;
5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ;
6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ;
7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ;
8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି