1ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର;
2କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ,
3ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି;
5ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି;
6ସେମାନେ ଅଧର୍ମ କଳ୍ପନା କରନ୍ତି;
7ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ;
8ଏହିରୂପେ ସେମାନେ ନିପାତିତ ହେବେ,
9ପୁଣି, ସକଳ ମନୁଷ୍ୟ ଭୟ କରିବେ,
10ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ