1ହେ ପରମେଶ୍ୱର, ମୋତେ ପରିତ୍ରାଣ କର;
2ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ;
3ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି;
4ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ;
5ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ;
6ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ;
7କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି।
8ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା
9କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି।
10ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ,
11ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ,
12ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି
13ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି;
14ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ;
15ଜଳପ୍ଲାବନ ମୋତେ ମଗ୍ନ ନ କରୁ,
16ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ
17ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ;
18ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର;
19ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ;
20ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି;
21ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ
22ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ
23ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ
24ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ
25ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ;
26କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି
27ସେମାନଙ୍କ ଅପରାଧରେ ଅପରାଧ ଯୋଗ କର
28ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ
29ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ;
30ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି
31ପୁଣି, ତାହା ଗୋରୁ ଅବା ଶୃଙ୍ଗ
32ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି;
33କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି
34ଆକାଶ ଓ ପୃଥିବୀ,
35କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ;
36ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ;