1ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ;
2ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ;
3ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ;
4ଆପଣା ଦାସର ପ୍ରାଣ ଆନନ୍ଦିତ କର;
5ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ,
6ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର
7ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି;
8ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ;
9ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ
10କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ।
11ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି;
12ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି
13କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍;
14ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି,
15ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର,
16ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର;
17ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ;