1ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର,
2ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ;
3କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ
4ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ;
5ଯେଉଁ କବରଶାୟୀ ହତ ଲୋକମାନଙ୍କୁ
6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ,
7ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି
8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ;
9କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି;
10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ?
11କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ
12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା
13ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି
14ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ?
15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ;
16ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି;
17ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ;
18ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ