1ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
2ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି;
3ମୋହର ଶତ୍ରୁମାନେ ଫେରିଯିବା ବେଳେ
4କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ;
5ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ
6ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି,
7ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ;
8ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ,
9ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ।
10ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ;
11ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର;
12କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି;
13ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା,
14ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି।
15ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି;
16ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି;
17ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି,
18କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା
19ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ;
20ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର;