1ଏହି ବାର୍ତ୍ତା ଯାହା ହବକ୍କୂକ ଭବିଷ୍ୟଦ୍ବକ୍ତା ଦର୍ଶନରେ ପାଇଥିଲେ।
2ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ?
3ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ?
4ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ;
5ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ;
6କାରଣ ଦେଖ, ଯେଉଁ କଲ୍ଦୀୟ ଲୋକମାନେ1:6 କଲ୍ଦୀୟ ଲୋକମାନେ ଅର୍ଥାତ୍ ବାବିଲୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ,
7ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
8ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ;
9ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି;
10ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୂପର ପାତ୍ର;
11ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।
12ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା।
13ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର,
14ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ?
15ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ
16ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ;
17ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ?