We Believe JesusFé, Esperança e Nova Vida

ହବକ୍‍କୂକ 2

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ହବକ୍‍କୂକ 1 ହବକ୍‍କୂକ ହବକ୍‍କୂକ 3 →

1ମୁଁ ଆପଣା ପ୍ରହରୀ ସ୍ଥାନରେ ଠିଆ ହେବି ଓ ଦୁର୍ଗର ଉପରେ ରହିବି,

2ଏଥିଉତ୍ତାରେ ସଦାପ୍ରଭୁ ମୋତେ ଉତ୍ତର ଦେଇ କହିଲେ,

3କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ;

4ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।

5ଆହୁରି, ଧନ2:5 ଧନ ଏବ୍ରୀରେ ମଦ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ,

6ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ?

7ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍‍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ?

8ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଲୁଟିଅଛ, ଏଥିପାଇଁ ମନୁଷ୍ୟମାନଙ୍କର ରକ୍ତପାତ,

9ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ,

10ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ।

11କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।

12ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!

13ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି,

14କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।

15ଯେଉଁ ଜନ ଆପଣା ପ୍ରତିବାସୀର ଉଲଙ୍ଗତା ଦେଖିବା ନିମନ୍ତେ ତାହାକୁ ପାନ କରିବାକୁ ଦିଏ,

16ତୁମ୍ଭେ ଗୌରବ ବଦଳରେ ଅପମାନରେ ପରିପୂର୍ଣ୍ଣ ହୋଇଅଛ। ତୁମ୍ଭେ ମଧ୍ୟ ପାନ କରି ଅସୁନ୍ନତର ନ୍ୟାୟ ହୁଅ!

17କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ

18ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ,

19ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର! ସେ କି ଶିକ୍ଷା ଦେବ?

20ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।

← ହବକ୍‍କୂକ 1 ହବକ୍‍କୂକ ହବକ୍‍କୂକ 3 →