1ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
2ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ;
3ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ,
4ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ;
5ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ
6ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି;
7ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ
8ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି,
9ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ;
10ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ;
11ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
12ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି
13ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି
14ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ
15ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର,
16କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି;
17ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।
18ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି;
19ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି