1ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ;
2ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ
3ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ;
4ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ,
5ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ?
6କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି,
7ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ।
8ଇଫ୍ରୟିମ ମୋʼ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା;
9ଗିବୀୟାର ସମୟରେ ଯେପରି,
10ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ;
11ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ;
12ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ,
13ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି;
14ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ?
15ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି;
16ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି;
17ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ,